BN

ଯୀଶୁଙ୍କ ଦ୍ୱାରା ଆତ୍ମାଙ୍କ ଫଳର ଉଦାହରଣ (Jesus' Example of Fruit of Spirit)

ଯୀଶୁଙ୍କ ଦ୍ୱାରା ଆତ୍ମାଙ୍କ ଫଳର ଉଦାହରଣ |
ପ୍ରେମପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ। ଯୋହନ ୧୫:୯
ଆନନ୍ଦକିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି। ଯୋହନ ୧୭:୧୩
ଶାନ୍ତିମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
ଯୋହନ ୧୪:୨୭
ଦୀର୍ଘସହିଷ୍ଣୁତାତଥାପି ଯେଉଁମାନେ ଭବିଷ୍ୟତକାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ କରିବେ, ସେମାନଙ୍କ ନିକଟରେ ଦୃଷ୍ଟାନ୍ତ ସ୍ଵରୂପ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟାପ୍ରାପ୍ତ ହେଲି।
୧ ତୀମଥି ୧:୧୬
ପରୋପକାରିତାପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ଵର୍ଗରେ ଉପବେଶନ କରାଇ ଅଛନ୍ତି, ଯେପରି ଖ୍ରୀଷ୍ଟ ଯୀଶୁଙ୍କଠାରେ ସେ ଆମ୍ଭମାନଙ୍କ ପ୍ରତି କରୁଣା କରି ଆଗାମୀ ଯୁଗରେ ଆପଣା ଅନୁଗ୍ରହର ଅତ୍ୟଧିକ ଧନ ପ୍ରକାଶ କରନ୍ତି। ଏଫିସୀୟ ୨:୬-୭
ଭଦ୍ରତାସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ,ତୀତସ ୩:୫-୬
ବିଶ୍ଵସ୍ତତାକିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ଵରୂପେ ବିଶ୍ଵସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ଵରୂପଙ୍କ। ଏବ୍ରୀ ୩:୬
ମୃଦୁତାମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; ମାଥିଉ ୧୧:୨୯
ଆତ୍ମସଂଯମସେ ନିନ୍ଦା ପାଇବା ସମୟରେ ଫେରି ନିନ୍ଦା କଲେ ନାହିଁ; ଦୁଃଖଭୋଗ କରିବା ସମୟରେ ପ୍ରତିହିଂସା କରିବାକୁ ଭୟ ଦେଖାଇଲେ ନାହିଁ, କିନ୍ତୁ ନ୍ୟାୟବିଚାରକର୍ତ୍ତାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କଲେ; ୧ ପିତର ୨:୨୩

No comments:

Post a Comment

Kindly give your suggestions or appreciation!!!